’ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇସ୍କୁଲ 5Tରେ ହେବ ରୂପାନ୍ତରଣ ’: ମୁଖ୍ୟମନ୍ତ୍ରୀ

1 min read

ଗଞ୍ଜାମ: କବିସୂର୍ଯ୍ୟନଗର ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ । ଜୟ ମା’ ତାରାତାରିଣୀ କହି ଉଦବୋଧନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ କଳା ଓ ସଂସ୍କୃତି ଭୂମି । ଏହା ହେଉଛି ସ୍ୱାଧିନତା ସଂଗ୍ରାମର ଭୂମି । ଏହି ମାଟିକୁ ମୋର ପ୍ରଣାମ । କବି ସମ୍ରାଟ ଉପନ୍ଦ୍ରେ ଭଞ୍ଜ । କବିସୂର୍ଯ୍ୟ ବଳଦେବ ରଥଙ୍କୁ ମୋର ପ୍ରଣାମ । ଆଜି ଏହି ମାଟିକୁ ଆସି ମୁଁ ବୁହୁତ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଗଞ୍ଜାମରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ ହେଲା । ଆଜି କବିସୂର୍ଯ୍ୟନଗରରେ ୩୧୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ ହେଲା । ମୁଁ ବହୁତ ଖୁସି ଯେ ଆଜି ଗଞ୍ଜାମର ୨୦ ହଜାର ଭାଇ ଭଉଣୀ ପଟ୍ଟା ପାଇଲେ । କେବଳ ଏହି ଅଞ୍ଚଳରେ ୧୧ ହଜାରରୁ ଅଧିକ ପଟ୍ଟା ପାଇଲେ । ଏହା ଜିଲ୍ଲାର ସବୁଠାରୁ ଅଧିକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମା’ମାନେ ବହୁତ ଭଲ କାମ କରୁଛନ୍ତି । ମୁଁ ଚାହେଁ ମା’ମାନେ ଉଦ୍ୟୋଗୀ ହୁଅନ୍ତୁ । SHGରୁ SME ହେବାପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ । ମା’ମାନଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ରଣ ଦିଆଯାଉଛି । ଏଥିପାଇଁ ୫ ବର୍ଷରେ ୫୦ ହଜାର କୋଟି ବ୍ୟବସ୍ଥା କରାଯାଇଛି । ମା’ମାନଙ୍କୁ ୨୮୦ କୋଟିରୁ ଅଧିକ ଟଙ୍କାର ଋଣ ଦିଆଯାଇଛି । ମା’ମାନଙ୍କ ଉନ୍ନତି ହେଲେ ଦେଶ ସମାଜର ଉନ୍ନତି ହେବ । ସେହିପରି ଚାଷୀ ଭାଇମାନଙ୍କୁ ମଧ୍ୟ ବିନା ସୁଧରେ ୧ ଲକ୍ଷ ଟଙ୍କା ଋଣ ଦିଆଯାଉଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ 5T ସ୍କୁଲ ରୂପାନ୍ତରଣ, ଶିକ୍ଷା ଓ ସ୍ୱାସ୍ଥ୍ୟକ୍ଷେତ୍ରରେ ୨ଟି ମାଇଲ ଷ୍ଟୋନ୍ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମରେ ଏପର୍ଯ୍ୟନ୍ତ ୫୦ ହଜାରରୁ ଅଧିକ ଲୋକ ଉପକାର ପାଇଲେଣି । ଏଥିପାଇଁ ରାଜ୍ୟ ସରକାର ୧୯୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କଲେଣି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେହିପରି ଗଞ୍ଜାମ ଜିଲ୍ଲାର ୪୭୧ ହାଇସ୍କୁଲ 5Tରେ ରୂପାନ୍ତରଣ ହୋଇଛି । ଡିସେମ୍ବର ସୁଦ୍ଧା ସବୁ ହାଇସ୍କୁଲ 5Tରେ ରୂପାନ୍ତରଣ ହେବ । ମୁଁ ସବୁବେଳେ ଆପଣଙ୍କ ପାଇଁ କାମ କରିଛି ଓ କରି ଚାଲିବି । ଆସନ୍ତୁ ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।