spot_img

Latest Posts

ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଓଡ଼ିଶାକୁ ଆଉ ଏକ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ ଏକ ଅଗ୍ରଗଣ୍ୟ ତାଲିମ୍ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭାବରେ କାର୍ଯ୍ୟ କରିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପ୍ରେରଣାରେ ‘ଓଡ଼ିଶା ଜଳ ଏକାଡେମୀ’ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା ।

Government of Odisha to set up ‘Odisha Water Academy’

ଏହି ଅବସରରେ ରାଜ୍ୟର ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ପାଇଁ ସବୁବେଳେ ଏକ ପ୍ରାଥମିକତା ରହି ଆସିଛି । ଓଡ଼ିଶା ଜଳ ନିଗମ (WATCO), ଜନସ୍ୱାସ୍ଥ୍ୟ କାରିଗରୀ ସଂସ୍ଥା (PHEO), ଓଡ଼ିଶା ଜଳ ଯୋଗାଣ ଓ ପରିମଳ ପରିଷଦ (OWSSB) ଏବଂ ଅନ୍ୟାନ୍ୟ ଆନୁସଂଗିକ ସଂଗଠନ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଏକ ଅଗ୍ରଣୀ ଅନୁଷ୍ଠାନ ଓ ଉତ୍କର୍ଷ କେନ୍ଦ୍ର ଭାବରେ କାର୍ଯ୍ୟ କରିବ ।

Government of Odisha to set up ‘Odisha Water Academy’

ପୂର୍ବାପେକ୍ଷା ରାଜ୍ୟରେ ପାନୀୟ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନାକୁ ଅଧିକ ଦକ୍ଷତାର ସହିତ ସମ୍ପାଦନ କରିବା ପାଇଁ ଏହି ଏକାଡେମୀରେ ଉଭୟ ପରିଚାଳକ ଏବଂ କର୍ମଚାରୀ ସବୁ ପର୍ଯ୍ୟାୟରେ ଅତ୍ୟାଧୁନିକ ଓ ଅଭିନବ ପ୍ରଯୁକ୍ତି ସହାୟତାରେ ତାଲିମ ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ସୋସାଇଟିସ୍ ରେଜିଷ୍ଟ୍ରେସନ୍ ଆକ୍ଟ, ୧୮୬୦ ଅନୁଯାୟୀ ଏହି ଏକାଡେମୀ ଏକ ସୋସାଇଟି ଭାବରେ ପଞ୍ଜୀକୃତ ହେବ ଏବଂ ଓଡ଼ିଶା ଜଳ ନିଗମ(WATCO)ର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବ । ଏହାର ନିଜସ୍ୱ ମେମୋରେଣ୍ଡମ୍‌ ଅଫ୍ ଆସୋସିଏସନ୍ ଏବଂ ନିୟମାବଳୀ ଅଧୀନରେ ଏହି ଏକାଡେମୀ ଓଡ଼ିଶା ଜଳ ନିଗମ(ଡଇଞଉଙ)ର ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏକ ବୃତ୍ତିଗତ ତାଲିମ ସହଭାଗୀ ଦଳ ଓ ବିଶ୍ୱସ୍ତରୀୟ ସହଭାଗିତା ଦ୍ୱାରା ପରିଚାଳିତ ହେବ ।

Latest Posts

Don't Miss