ନନ୍ଦ ସାରଙ୍କ ଦେହାନ୍ତରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ
1 min readଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ନନ୍ଦ ସାରଙ୍କ ଦେହାନ୍ତରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ସେ ନନ୍ଦ ସାରଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ଓ ସାରଙ୍କ ଛାତ୍ରଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।
Hon'ble Governor is deeply saddened to learn about the demise of #Padmashri Nanda Kishore Prusty, the revered teacher & inspiration to many and remembered fondly his meeting with 'Nanda Sir' just before his hospitalization. He conveyed his sympathy to bereaved family & students. pic.twitter.com/CoezkZGJFE
— Governor Odisha (@GovernorOdisha) December 7, 2021
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନନ୍ଦ ସାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ ବୋଲି ଟ୍ବିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) December 7, 2021
ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ନନ୍ଦ ସାରଙ୍କ ବିୟୋଗରେ ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ନନ୍ଦ ସାରଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତି ବିଶେଷ ବି ଶୋକ ବ୍ୟକ୍ତ କରିଛନ୍ତି ।
ଏଥିସହ ପଢ଼ନ୍ତୁ: ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ପରଲୋକ, କୋଭିଡରେ ଥିଲେ ସଂକ୍ରମିତ