ବିଦାୟ ସମ୍ବର୍ଦ୍ଧନାରେ ଜଗନ୍ନାଥଙ୍କୁ ଝୁରିଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ବିଦାୟ ପୂର୍ବରୁ ରାଜଭବନରେ ପ୍ରଫେସର ଗଣେଶୀ ଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ରାଜଭବନ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ରାଜଭବନର ସମସ୍ତ ଅଧିକାରୀ ଓ କର୍ମଚାରୀ ପ୍ରଫେସର ଗଣେଶୀଲାଲଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି ।

ମେ ୨୯ ୨୦୧୮ରେ ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ ଦାୟିତ୍ବ ନେବେ ରଘୁବର ଦାସ ।