spot_img

Latest Posts

ରାଉରକେଲାରେ ଖୁସି ଖବର ଦେଲେ ପାଣ୍ଡିଆନ, ସରକାରୀ କର୍ମଚାରୀ ବି ପାଇବେ BSKY କାର୍ଡ

ରାଉରକେଲା: ସମସ୍ତଙ୍କୁ ମିଳିବ BSKY କାର୍ଡ  । ସରକାରୀ କର୍ମଚାରୀ ବି ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ  । ଆଶା ଦିଦିଙ୍କ ଠୁ ଅଙ୍ଗନୱାଡି ଦିଦି ସମସ୍ତେ BSKY କାର୍ଡର ଲାଭ ଉଠାଇବେ  । ରାଉରକେଲା ନିର୍ବାଚନୀ ପ୍ରଚାରରେ ଘୋଷଣା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ  । ପୂର୍ବରୁ BSKY କାର୍ଡ କେବଳ BPL ହିତାଧିକାରୀଙ୍କୁ ମିଳୁଥିବା ବେଳେ ଏବେ ସମସ୍ତଙ୍କୁ ଖୁସି ଖବର ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ  ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ପୂର୍ବରୁ ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବା ପାଇଁ ବ୍ୟବସ୍ଥା କରାଯାଇଥିଲା । କିନ୍ତୁ ଏଣିକି ସମସ୍ତେ ଏହି କାର୍ଡର ସୁବିଧା ପାଇବେ  ।ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ କ୍ୟାସ୍‌ଲେସ ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।

Latest Posts

Don't Miss