ସେବାର ସାଧକ ନବୀନଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

2 min read

ଭୁବନେଶ୍ବର: ୭୮ବର୍ଷ ବୟସରେ ପାଦ ଥାପିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସେବାର ୨୬ ବର୍ଷ ଅତିକ୍ରମ କରିଥିବା ନବୀନ, ନିଜ ଦଳ ସହ ବିରୋଧୀଙ୍କୁ ବି ସାଥିରେ ନେଇ ଚାଲିବାରେ ସକ୍ଷମ ହୋଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କର ଅନୁଗାମୀଙ୍କ ସଂଖ୍ୟା ଆକଳନ ଏବଂ ଜାତୀୟ ଗଣମାଧ୍ୟମର ଆକଳନ ଅନୁସାରେ ରାଜ୍ୟରେ ସବୁଠୁ ଲୋକପ୍ରିୟ ହେଉଛନ୍ତି ନବୀନ। ସେବାର ସାଧକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।

ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା । ଭଗବାନଙ୍କ ପାଖରେ ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଏବଂ ସୁଖମୟ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି। 

ସେହିପରି ଓଡ଼ିଶା ଓଡ଼ିଶାର ରାଜ୍ୟପାଳ ପ୍ରୋଫେସର ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜନାଇବା ସହ ସୁସ୍ଥ ଏବଂ ନିରାମୟ ଜୀବନ କାମନା କରିଛନ୍ତି । 

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି ଧର୍ମେନ୍ଦ୍ର।

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ । ସେ ଲେଖିଛନ୍ତି ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା, ଯିଏ ଆମକୁ ନେତୃତ୍ୱ, ମାର୍ଗଦର୍ଶନ ଏବଂ ଓଡିଶାର ସାଢେ ଚାରିକୋଟି ଲୋକଙ୍କ ପାଇଁ ଉତ୍ସର୍ଗୀକୃତ, ଉତ୍ସାହ ଏବଂ କରୁଣାରେ ସେବା ଜାରି ରଖିଛନ୍ତି । ମହାପ୍ରଭୂ ଜଗନ୍ନାଥ ଆପଣଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ସହିତ ଗୌରବ ଦେଇ ଆଶୀର୍ବାଦ କରନ୍ତୁ |

ସେହିପରି ଓଡ଼ିଶା ବିଧାନସଭାର ବାଚସ୍ପତି ପ୍ରମିଳା ମଲ୍ଲିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଜଗତର ନାଥ ଜଗନ୍ନାଥଙ୍କ ଅପାର ଆଶୀର୍ବାଦରୁ ଆପଣଙ୍କ ଚଲାପଥ କୁସୁମିତ ହେଉ ବୋଲି ପ୍ରମିଳା କହିଛନ୍ତି।

ସେହିପରି ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମାଆ କାମକ୍ଷାଙ୍କୁ ତାଙ୍କର ଦୀର୍ଘ ଜୀବନ ଓ  ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

ନିଆରା ଢ଼ଙ୍ଗରେ ବାଲୁକାକଳା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।