ଆବେଦନ ସମୟରେ ମାର୍କ ସିଟ୍ କିମ୍ବା ସାର୍ଟିଫିକେଟ ଅପଲୋଡ଼ କରିବାକୁ ପଡ଼ିବନି

1 min read

ଭୁବନେଶ୍ୱର: ରାଜ୍ୟରେ କରୋନା ମୁବିଲା ପାଇଁ ସବୁ ପ୍ରକାର ତତ୍ପରତା ପ୍ରଦର୍ଶନ କରୁଛନ୍ତି ସରକାର । ଏଭଳି ପରିସ୍ଥିତିରେ କିଭଳି ପିଲାଙ୍କ ଶିକ୍ଷା ବ୍ୟବସ୍ଥାରେ କୌଣସି ସମସ୍ୟା ନ ଆସେ ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି । ବୁଧବାରରେ ମାଟ୍ରିକ ଫଳାଫଳ ବାହାରୁଥିବା ବେଳେ ଯୁକ୍ତ ତିନି ଆଡ଼ମିଶନ ପାଇଁ ଉଚ୍ଚ ଶିକ୍ଷା ବିଭାଗ ଗାଇଡ ଲାଇନ ଜାରି କରିଛନ୍ତି ।

ତିନି ରାଉଣ୍ଡ ବିଶିଷ୍ଟ ଗୋଟିଏ ପର୍ଯ୍ୟାୟରେ ଆଡ଼ମିଶନ ହେବା ନେଇ ସ୍ପଷ୍ଟ କରାଯାଇଛି । ସାମସ୍ ପୋର୍ଟାଲ୍ ରେ ଛାତ୍ରଛାତ୍ରୀ ମାନେ ନିଜ ଫୋନ୍ ନମ୍ୱର୍ ଓ ଇମେଲ ଆଇଡି ଦେଇ, ଇ-ଆଡ଼ମିଶନ ଲାଗି ଆବେଦନ କରିବେ ।ଆବେଦନ ସମୟରେ ଏଣିକି ଆଉ ମାର୍କ ସିଟ୍ କି ସାର୍ଟିଫିକେଟ ଅପଲୋଡ଼ କରିବାକୁ ପଡ଼ିବନି । ଆଡ଼ମିଶନ ସମୟରେ ଏସବୁ ଯାଞ୍ଚ କରାଯିବ । Slide up ପ୍ରକ୍ରିୟାରେ ଭାଗ ନେବାକୁ ହେଲେ ଛାତ୍ର ଛାତ୍ରୀ ମାନେ ଅନଲାଇନ ଫର୍ମରେ ଉଲ୍ଲେଖ କରିବେ । କଲେଜ୍ ଗୁଡିକ ସାମସ୍ ପୋର୍ଟାଲରେ ନିଜ ନିଜର ଆଡ଼ମିଶନ ଫି ଉଲ୍ଲେଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି କଲେଜ୍ କର୍ତ୍ତୃପକ୍ଷ ଆଡ଼ମିଶନ ବାବଦରେ କ୍ୟାମ୍ପସରେ ପୋଷ୍ଟର ଲଗାଇ ସଚେତନ କରିବେ । ଏହାସହ ହେଲ୍ପ ଡେସ୍କ, ଇଣ୍ଟରନେଟ୍ କେନ୍ଦ୍ର, ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଉପଲବ୍ଧ ରଖିବାକୁ ସବୁ ଡିଗ୍ରୀ କଲେଜ କର୍ତ୍ତୃପକ୍ଷଙ୍କୁ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି।

Leave a Reply