ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ: ୩ ଘଣ୍ଟା ଧରି ଚାଲିବ

1 min read

ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ । ପାଖାପାଖି ୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ବର୍ତ୍ତମାନ ବାତ୍ୟା ଗୁଲାବ ଗୋପାଳପୁର ଠାରୁ ୧୦୦ କିମି ଓ କଳିଙ୍ଗପାଟନମ୍ ଠାରୁ ୯୦ କିଲୋମିଟର ଦୂରରେ ରହିଛି । ଲ୍ୟାଣ୍ଡଫଲ୍ ସମୟରେ ପବନର ଘଣ୍ଟାପ୍ରତି ବେଗ ୭୫-୮୫ କିମି ରହିବା ଆଶଙ୍କା କରାଯାଉଥିବା ବେଳେ ଝଟକା ପବନ ସର୍ବାଧିକ ୯୫ କିମି ବେଗରେ ବହିପାରେ ।

ଶ୍ରୀ ମହାପାତ୍ର କହିଛନ୍ତି ଯେ, ବାତ୍ୟାର କ୍ଲାଉଡ଼ ବ୍ୟାଣ୍ଡ ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ଓଡ଼ିଶାର ଦକ୍ଷିଣ ଉପକୂଳକୁ ଛୁଇଁଛି | କଳିଙ୍ଗପାଟନମଠାରୁ ୨୫ କିଲୋମିଟର ଦୂରତାରେ ଏହା ଉପକୂଳକୁ ଅତିକ୍ରମ କରିବ ବୋଲି ସେ କହିଛନ୍ତି | ବର୍ତ୍ତମାନ ପୁରୀରେ ଘଣ୍ଟା ପ୍ରତି ୩୧ କିଲୋମିଟର ବେଗରେ ପବନ ବୋହୁଥିବାବେଳେ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କିଲୋମିଟର ବେଗରେ ପବନ ବୋହୁଛି |

ତେବେ ବାତ୍ୟା ଉପକୂଳ ନିକଟକୁ ଯେତେ ଅଧିକରୁ ଅଧିକ ଆସିବ ପବନର ବେଗ ସେତେ ବଢିବ | ପୂର୍ବ ପୂର୍ବାନୁମାନ ମୁତାବକ ପବନର ବେଗ ସର୍ବାଧିକ ୭୫ରୁ ୮୫ କିଲୋମିଟର ବେଗ ରହିପାରେ | ଗଞ୍ଜାମ ଓ ଗଜପତିରେ ସର୍ବାଧିକ ପ୍ରଭାବ ପକାଇପାରେ ବୋଲି ସେ କହିଛନ୍ତି |

Leave a Reply