ଚ୍ୟାଲେଞ୍ଜ ସାଜିଲା କାଳ : ଗୁଲୁଗୁଲା ଖାଉ ଖାଉ ଚାଲିଗଲା ଜୀବନ

ମୟୂରଭଞ୍ଜ : ଗୁଲୁଗୁଲା ଖାଇବା ହେଲା କାଳ । ଚ୍ୟାଲେଞ୍ଜରେ ଗୁଲୁଗୁଲା ଖାଉ ଖାଉ ତଣ୍ଟିରେ ଲାଗିଯାଇ ଅଣନିଶ୍ବାସୀ ହେବା ସହିତ ଚାଲିଗଲା ଯୁବକଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଦାନ୍ତିଆମୁହାଁ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଶିରୀଶଚନ୍ଦ୍ର ମହାନାୟକ ।

ସୂଚନା ଅନୁସାରେ, ଦାନ୍ତିଆମୁହାଁ ସାପ୍ତାହିକ ହାଟରେ ଏକ ଜଳଖିଆ ଦୋକାନକୁ ଶିରୀଶ ଯାଇଥିଲେ । ସେଠାରେ ଚ୍ୟାଲେଞ୍ଜରେ ଥରକେ ୪ଟି ଗୁଲୁଗୁଲା ଏବଂ ଗୋଟିଏ ମାଲପୁଆ ଏକାସଙ୍ଗେ ପାଟିରେ ପୁରାଇ ଖାଇବାକୁ ଆରମ୍ଭ କରିଥିଲେ । କିନ୍ତୁ ଏହା ତଣ୍ଟିରେ ଲାଗି ଅଟକି ରହିଯାଇଥିଲା । ଫଳରେ ଅଣନିଶ୍ୱାସୀ ହୋଇ ପଡ଼ିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ବାରିପଦା ଡାକ୍ତରଖାନା ନେଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ କରାଇଛି ।