spot_img

Latest Posts

ଆଜି ଧରାପୃଷ୍ଠକୁ ଧରାବତରଣ କଲେ ମା’ ସରସ୍ବତୀ

ବ୍ୟୁରୋ ରିପୋର୍ଟ: ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ। ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ। ଧରାପୃଷ୍ଠକୁ ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ। ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ। ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ।

ମା’ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ । ସ୍କୁଲ, କଲେଜ ଓ ଅନ୍ୟାନ ଶିକ୍ଷାନୁଷ୍ଠାନରେ ମା’ଙ୍କର ସ୍ବତନ୍ତ୍ର ପୂଜା ହୋଇଛି। ବିଦ୍ୟା, ବୁଦ୍ଧିର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କୁ ଆଜି ପୂଜା କରିଥାନ୍ତି ବିଦ୍ୟାର୍ଥୀ। ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଏ । ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ । ସେ ବିଦ୍ୟାଦେବୀ, ବୁଦ୍ଧି ସିଦ୍ଧି ଓ ମୁକ୍ତିବାତ୍ରୀ । ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ ମା’ ସରସ୍ବତୀ। ବାକ୍ୟର ଦେବୀ ବାଗଦେବୀ, ବାଣୀ, ଶାରଦା । ଏହି ଅବସରରେ ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି ।

Latest Posts

Don't Miss