ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା; ଭାଇର ହାତରେ ସ୍ନେହର ଡୋରୀ ବାନ୍ଧିବ ଭଉଣୀ

1 min read

ନନ୍ଦିଘୋଷ ବ୍ୟୁରୋ : ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଭାଇ ହାତରେ ସ୍ନେହର ଡୋରୀ ବାନ୍ଧିଥାଏ ଭଉଣୀ । ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜ ଭାଇ ପ୍ରତି ଥିବା ପ୍ରେମକୁ ଏବଂ ଶୁଭକାମନା କରିଥାଏ ଭଉଣୀ। ଭାଇ ମଧ୍ୟ ସାରା ଜୀବନ ଭଉଣୀକୁ ସୁରକ୍ଷା ଦେବାକୁ ପ୍ରତିଜ୍ଞା କରିଥାଏ । ଏହି ବିଶେଷ ଅବସରରେ ଭାଇ ଓ ଭଉଣୀମାନେ ପରସ୍ପରକୁ ଉପହାର ଦେଇ ଖୁସି ମନାଇଥାନ୍ତି । ଭାଇ ହାତରେ ବନ୍ଧା ଯାଉଥିବା ସାଧାରଣ ସୂତାଟିଏ ଭଉଣୀ ପାଇଁ ସାରା ଜୀବନ ସାଜିଯାଏ ରକ୍ଷା କବଚ। ଏହି ସ୍ନେହ-ପ୍ରେମର ବନ୍ଧନରେ ବାନ୍ଧି ହୋଇ ଭାଇ ନିଜ ଭଉଣୀର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିବାକୁ କଥା ଦେଇଥାଏ। ଏହି ପରମ୍ପରା ବହୁ ପ୍ରାଚୀନ କାଳରୁ ରହିଆସିଛି ।