ଶିକ୍ଷାରେ କଳଙ୍କର ଦାଗ! ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ କୋର୍ଟ ଚାଲାଣ
ତେଲକୋଇ: ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ କୋର୍ଟ ଚାଲାଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଏକ ସରକାରୀ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ସାହୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ସ୍କୁଲ ନିକଟ ଛାତ୍ରୀ ନିବାସରେ ରହି ଛାତ୍ରୀ ଜଣକ ବିଦ୍ୟାଳୟକୁ ଯାଉଥିଲେ । ତେବେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଆସାଦାଚରଣ କରୁଥିବା ଅଭିଯୋଗ ହୋଇଛି । ଏସମ୍ପର୍କରେ ପରିବାର ଲୋକ ଜାଣିବା ପରେ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ । ଏକ ସ୍ବତନ୍ତ୍ର ଟିମ ଏସମ୍ପର୍କରେ ଅନୁଧ୍ୟାନ କରି ସତ୍ୟାସତ୍ୟ ଜାଣିବାକୁ ପାଇଥିଲେ । ପରେ ଛାତ୍ରୀଙ୍କ ବାପାଙ୍କୁ ଥାନାରେ ଅଭିଯୋଗ କରିବାକୁ ପରାମର୍ଶ ଦେଇଥିଲେ । ତେଲକୋଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ପ୍ରଧାନ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।