ରାଜ୍ଯରେ ବଢୁଛି ଗ୍ରୀଷ୍ମ ପ୍ରବାହ,ଆସନ୍ତାକାଲି ପର୍ଯ୍ୟନ୍ତ ମିଳିବନି ନିସ୍ତାର

ଭୁବନେଶ୍ୱର : ରାଜ୍ଯରେ ବଢୁଛି ଗ୍ରୀଷ୍ମ ପ୍ରବାହ । ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି । ଆସନ୍ତା କାଲି ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର । ଅଧିକାଂଶ ସହରର ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ହେବାନେଇ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ପାଇଁ ରାଜ୍ୟରେ ହଠାତ୍ ବୃଦ୍ଧି ପାଇଛି ତାପମାତ୍ରା । ଗତକାଲି ଭୁବନେଶ୍ବର ରାଜ୍ଯର ସବୁଠାରୁ ଉତ୍ତପ୍ତ ସହର ହୋଇଥିଲା ।

ଚଳିତବର୍ଷ ପ୍ରଥମଥର ପାଇଁ ୩୭ ଡିଗ୍ରୀ ଛୁଇଁଥିଲା ରାଜଧାନୀର ତାପମାତ୍ରା । କାଲି ପରେ ରାଜ୍ୟରେ ପାଗ ବଦଳିବା ସମ୍ଭାବନା ରହିଛି । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୨୪ ତାରିଖରେ ସର୍ବାଧିକ ପ୍ରଭାବ ରହିବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ବୌଦ୍ଧରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ହେଲେ ମଧ୍ୟ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।