spot_img

Latest Posts

ଆସନ୍ତା ୩ ଦିନ ଯାଏଁ ଅସମ୍ଭାଳ କରିବ ଖରା

ଭୁବନେଶ୍ୱର: ଜଳୁଛି ପଶ୍ଚିମ ଓଡ଼ିଶା। ୪୦ ଡିଗ୍ରୀ ଉପରେ ରାଜ୍ୟରେ ଅଧିକାଂଶ ସହରର ତାପମାତ୍ରା  । ପଶ୍ଚିମ ଓଡ଼ିଶାରେ ୪୪ ଡିଗ୍ରୀ ଉପରେ ରହୁଛି ତାତି  । ଆସନ୍ତା ୩ ଦିନ ଅସମ୍ଭାଳ କରିବ ଖରା  ।  ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ପଶ୍ଚିମ ଓଡ଼ିଶାରେ ପାରଦ ୪୫ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା  କରାଯାଉଛି।

ଖରା ସହିତ ଗୁଳୁଗୁଳି ହନ୍ତସନ୍ତ କରୁଛି। ପିକ ଆଓ୍ବାର ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। ସେପଟେ ଉପକୂଳ ଓଡ଼ିଶାକୁ ମିଳିଛି ସମାନ୍ୟ ଆଶ୍ବସ୍ତି। ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି । ଦିନରେ ତାତି ସହିତ ଅପରାହ୍ନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି  । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ  ।

ଉପକୂଳ ଓଡ଼ିଶାରେ ବର୍ଷା ପ୍ରଭାବରେ ତାପମାତ୍ରା ସାମାନ୍ୟ କମ ରହୁଥିବା ବେଳେ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଅପରିବର୍ତ୍ତିତ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ରାଜ୍ୟର ୨୨ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା  । ସୋନପୁର ଓ ଅନୁଗୁଳରେ ସର୍ବାଧିକ ୪୪ ଦଶମିକ ୧ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

Latest Posts

Don't Miss