ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ, ଏସଆରସିଙ୍କ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶ

ଭୁବନେଶ୍ୱର: ଦିନ ୧୧ଟାରୁ ୩ଟା କାମ କରାଇବା ମନା ଶ୍ରମିକଙ୍କୁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରାଇଲେ ଦଣ୍ଡ । ଏସଆରସିଙ୍କ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ କଲେ ଏସଆରସି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନେଇ ଜାରି ହେଲା ନିର୍ଦ୍ଦେଶ ।

ଆଗାମୀ ୫ଦିନ ଯାଏ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ। ଗହଳି ସ୍ଥାନରୁ ଦୂରେଇ ରହିବାକୁ ପାଣି ପାଗ କେନ୍ଦ୍ର ସତର୍କ କରାଇଛି । ଖରାର ପିକ ଆଓ୍ବାର ଦିନ ୧୧ରୁ ୩ଟା ଯାଏ ଘରୁ ନ ବାହାରିବାକୁ ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ପାଇଁ ଅତ୍ୟଧିକ ପାଣି ଓ ଥଣ୍ଡାଜାତୀୟ ଖାଦ୍ୟ ସେବନ କରିବାକୁ କହିଛି ପାଣିପାଗ କେନ୍ଦ୍ର।

୧୫ତାରିଖ ପାଇଁ ଭଦ୍ରକ, କେନ୍ଦ୍ରାପଡା, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଖୋର୍ଦ୍ଧା, କଟକ ସତର୍କତା ଜାରି କରାଯାଇଛି । ସେହିଭଳି ୧୬ ତାରିଖ ପାଇଁ ମାଲକାନଗିରି, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡା, ଢେ଼ଙ୍କାନାଳ, ନୟାଗଡ଼ ଓ ୧୭ ତାରିଖ ପାଇଁ ମାଲକାନଗିରି, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା , ବୌଦ୍ଧ, ଖୋର୍ଦ୍ଧା ପାଇଁ ଆଲର୍ଟ ଜାରି କରାଯାଇଛି।