୨୪ ଘଣ୍ଟାରେ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ବର୍ଷା । ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ଟ୍ରପଲାଇନ ପ୍ରଭାବରେ ଭିଜୁଛି ଓଡ଼ିଶା । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି  । ସେହିପରି ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବେହାଲ ହେବ ଉପକୂଳ ଓ ଦକ୍ଷିଣ ଓଡ଼ିଶା ।

କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁରରେ ସର୍ବାଧିକ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ।

୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ  ଜାରି କରାଯାଇଛି । ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିପାଇଁ ସତର୍କ ରହିବାକୁ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି  ।