ରାଜ୍ୟରେ ୫ ଯାଏଁ କାଳବୈଶାଖୀ…

ଭୁବନେଶ୍ୱର: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୖଶାଖୀ ସମ୍ଭାବନା । ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ ମଧ୍ୟ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୫ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ  ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷୀଣ ଆଣ୍ଡାମାନରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ଦେବଗଡ଼, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲାରେ ପବନ ସହ ବର୍ଷାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply