ଲଗାଣ ବର୍ଷାରେ ବେହାଲ୍ ଓଡ଼ିଶା, ୮ ଜିଲ୍ଲାରେ ସ୍କୁଲ ଛୁଟି

1 min read

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ଠାରୁ ତୁହାକୁ ତୁହା ବର୍ଷା ଜାରି ରହିଛି । ପ୍ରବଳ ବର୍ଷାକୁ ନଜରରେ ରଖି ଗଞ୍ଜାମ, ଗଜପତି, କଟକ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ିକୁ ଆଜି ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି ।

ବର୍ଷା ପାଇଁ ବିଶାଖାପାଟଣା- ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସକୁ ବାତିଲ୍ କରାଯାଇଛି । ବିଶାଖାପାଟଣା-ବ୍ରହ୍ମପୁର ଓ ବ୍ରହ୍ମପୁର-ବିଶାଖାପାଟଣା ପାସେଞ୍ଜର ଟ୍ରେନ ବାତିଲ୍ ହୋଇଛି ।

ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୬ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ଏଭଳି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ')}

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.