ଆସୁଛି ବଡ ବର୍ଷା, ୧୬ରୁ ପ୍ରବଳ ଛେଚିବ !

1 min read

ଭୁବନେଶ୍ବର : ପୁଣି ଆସୁଛି ବଡ ବର୍ଷା  ।  ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ନେବ ଲଘୁଚାପର ରୂପ । ପ୍ରଭାବରେ ଆଜିଠୁ ୧୬ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ପୂର୍ବ ବାଂଲାଦେଶ ଉପକୂଳ ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଜି ଆହୁରି ଘନୀଭୁତ ହୋଇ  ଲଘୁଚାପରେ ପରିଣତ ହେବ । ପରେ ଏହା ଧିରେ ଧିରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦୁଇ ଦିନ ମଧ୍ୟରେ ପଶ୍ଚିମବଙ୍ଗର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଅବପାତରେ ପରିଣତ ହେବ । ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଆଜି ପ୍ରବଳ ବର୍ଷା ନେଇ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି,ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ । ସମୁଦ୍ର ଅଶାନ୍ତ ରହିବା କାରଣରୁ ଆସନ୍ତା କାଲି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି ।

ନଜର ପକାନ୍ତୁ