ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ମୌସୁମୀ ଟ୍ରଫ୍ ଲାଇନ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ବର୍ଷା ଲାଗି ରହିବ । କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଠିକ୍ ସେହିପରି ସୋନପୁର, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।