ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ । ପ୍ରବଳ ବର୍ଷାରେ ଭିଜୁଛି ଉପାନ୍ତରୁ ଉପକୂଳ । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କଟକ ଓ ଭୁବନେଶ୍ବରରେ ଅବିଶ୍ରାନ୍ତ ବର୍ଷା ହେଉଛି  । ଟୁଇନସିଟିରେ ଘଣ୍ଟାପ୍ରତି ୨୦ରୁ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଆଜି ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୪ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟକୁ ସତର୍କତା କରାଯାଇଛି ।

ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଥିବାବେଳେ ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ପ୍ରଭାବିତ ହେବ ।