୩୧ ତାରିଖରୁ ରାଜ୍ୟରେ ପୁଣି ବର୍ଷିବ ପ୍ରବଳ ବର୍ଷା

1 min read

ଭୁବନେଶ୍ୱର : ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ । ପ୍ରଭାବିତ ହେବ ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବ ରହିଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ଘଡଘଡି ବିଜୁଳି ସହ ବର୍ଷା ନେଇ ୨୩ ଟି ଜିଲ୍ଲାକୁ ସତର୍କ କରାଯାଇଛି । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୩୧ ତାରିଖରୁ ପୁଣି ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ଆକଳନ କରାଯାଇଛି । ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ତୁଳନାରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୭ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ମାତ୍ର ଦୁଇଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।