ଆଜି ବି ଭିଜିବ ଓଡ଼ିଶା, ଏହି ସବୁ ସ୍ଥାନରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆଜି ବି ତୁହାକୁ ତୁହା ଭିଜିବ ଓଡ଼ିଶା । ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧିରେ ଧିରେ ସାଧାରଣ ଅବସ୍ଥାନକୁ ଫେରୁଛି । ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ । ବିଶେଷ କରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା ସମେତ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ବର୍ଷା ହେବ । କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ।