ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଦକ୍ଷିଣ ଛତିଶଗଡ ଉପରେ ଅବପାତ । ବର୍ତ୍ତମାନ ଏହା ଭବାନୀପାଟଣା ଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ 190କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ 12 ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷକରି ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ୧୦ଜିଲ୍ଲାକୁ ଅରେଞ୍ଜ ଓ ୧୬ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ବେଳେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ଏବଂ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବହିବା ସମ୍ଭାବନା ରହିଛି ।

ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷାର ଆକଳନ କରାଯାଇଛି । ୧୩ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ପ୍ରବେଶ କରିବାକୁ ବାରଣ କରାଯାଇଛି । ଆସନ୍ତା ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ । ୧୭ ତାରିଖ ବେଳକୁ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।