ସ୍ଥଳଭାଗ ମୁହାଁ ଲଘୁଚାପ, ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ସ୍ଥଳଭାଗ ମୁହାଁ ଲଘୁଚାପ । ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ ।
ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୫% ଅଧିକ । ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।
କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ୫୧ ପ୍ରତିଶତ ଅଧିକ ବର୍ଷା ହୋଇଚି । ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିଲିମିଟର ବର୍ଷା ହୋଇଥିବା ବେଳେ ୧୮ପ୍ରତିଶତ କମ୍ ବର୍ଷା ହୋଇଛି ।