ରାଜ୍ୟରେ ବର୍ଷା ଜାରି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଲର୍ଟ

1 min read

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା । ଆଜି ବି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଗତ କାଲି ଲଘୁଚାପ ଆନ୍ଧ୍ରପ୍ରଦେଶର କାକିନାଡ଼ରେ ସ୍ଥଳଭାଗ ଛୁଇଁବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି ।  ସକାଳ ୯ଟା ଯାଏଁ ୮ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି ।

ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେପଟେ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦୁଇ ଦିନ ପରେ ୧୭ ତାରିଖରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ଧରି ଦକ୍ଷିଣ ଓଡିଶାର ଅନେକ ଅଞ୍ଚଳରେ ବର୍ଷା ହୋଇଥିଲା । ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ଥିଲା। ଅକ୍ଟୋବର ମାସରେ ସାଇକ୍ଲୋନର ଆଶଙ୍କା ଥିବାରୁ ଲୋକଙ୍କୁ ଏନେଇ ଆଗୁଆ ସୂଚନା ଦିଆଯିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

Leave a Reply