spot_img

Latest Posts

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବିହାର ଓ ଏହାର ଆଖପାଖରେ ସକ୍ରିୟ ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଯେଉଁଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଘଡଘଡି ଓ ବିଜୁଳି ସହ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଏବଂ ଉପକୂଳ ଓଡ଼ିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ତେବେ ୨୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ।

Latest Posts

Don't Miss