୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ପାକିସ୍ଥାନରୁ ମଣିପୁର ମଧ୍ୟରେ ସୃଷ୍ଟି ହୋଇଛି ଟ୍ରପଲାଇନ୍‌ । ଏହି ଟ୍ରପଲାଇନ୍‌ ବିହାର ପଶ୍ଚିମବଙ୍ଗ ଉପରେ ମଧ୍ୟ ରହିଛି । ଏହାସହ ସିଜିନାଲ ଟ୍ରପ୍‌ ମଧ୍ୟ ସକ୍ରିୟ ରହିଛି । ଝାଡ଼ଖଣ୍ଡ ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୨୦ ତାରିଖରେ ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଦେଓଗଡ, ସୋନପୁର, ଅନୁଗୁଳ, ଢେଙ୍କାନାଳ ଏବଂ କଟକରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବ । ୨୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାସହ ବ୍ରାହ୍ମଣୀ, ଉପର ମହାନଦୀ, ସୁବର୍ଣ୍ଣରେଖା ଏବଂ ବୁଢାବଳଙ୍ଗ ନଦୀ ଅବବାହିକାରେ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply