ଆରମ୍ଭ ହେଲା ହକି ବିଶ୍ୱକପ୍, ପ୍ରଥମ ମ୍ୟାଚରେ ଆର୍ଜେଣ୍ଟିନା-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ

ଭୁବନେଶ୍ୱର: ଆରମ୍ଭ ହେଲା ହକି ବିଶ୍ୱକପ । ଚଳିତ ହକି ବିଶ୍ୱକପର ପ୍ରଥମ ମ୍ୟାଚ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଛି । ଆର୍ଜେଣ୍ଟିନା ଓ ସାଉଥ ଆଫ୍ରିକା ମଧ୍ୟରେ ଖେଳାଯାଉଛି ଏହି ମ୍ୟାଚ୍ । ତେବେ ଏହି ମ୍ୟାଚ ପରେ ଅପରାହ୍ମ ୩ଟାରେ କଳିଙ୍ଗ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଶକ୍ତିଶାଳୀ ଅଷ୍ଟ୍ରେଲିଆ ଓ ଫ୍ରାନ୍ସ । ସେହିପରି ସଂଧ୍ୟା ୫ଟାରେ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଇଂଲଣ୍ଡ ଓ ଓ୍ୱେଲସ ଏବଂ ସନ୍ଧ୍ୟା ୭ଟାରେ ଇଣ୍ଡିଆ ଓ ସ୍ପେନ ମଧ୍ୟରେ ଟକ୍କର ହେବ । ଏହି ଦୁଇଟି ମ୍ୟାଚ୍‌ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ହେବ । ପୁଲ୍ ପର୍ଯ୍ୟାୟରେ ଭାରତ ବିଜୟରୁ ଅଭିଯାନ କରିବାକୁ ଲକ୍ଷ୍ୟ ରଖିଛି । ଭାରତ ପୁଲ୍‌ ଡି’ରେ ଥିବାବେଳେ ଏହି ପୁଲରେ ସ୍ପେନ ଓ ଇଂଲଣ୍ଡ ଭଳି ଶକ୍ତିଶାଳୀ ଦଳ ଅଛନ୍ତି ।