୭୦୦ ଖଣ୍ଡ ସାବୁନରେ ଘୁଞ୍ଚିଲା ୩ମହଲା ଘର

କାନାଡ଼ା: ନୂଆ ଘର ତୋଳିବାକୁ ହେଲେ ପ୍ରଥମେ ପୁରୁଣା ଘରକୁ ଭାଙ୍ଗିବାକୁ ପଡିଥାଏ। ପରେ ସେଠାରେ ନୂଆଘରର କାମ ଆରମ୍ଭ ହୋଇଥାଏ । କିନ୍ତୁ ଏକ ପୁରୁଣା ଘରକୁ ନ ଭାଙ୍ଗି ୭୦୦ଖଣ୍ଡ ସାବୁନ ଦ୍ୱାରା ଏହାକୁ ଘୁଞ୍ଚା ଯାଇଛି । ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ । କାନାଡାର ଏକ ସହର ନୈାବା ସ୍କୋଟିଆରେ ଏପରି ଘଟଣା ଦେଖିବାକୁ ମିଳିଛି । ଯାହା ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ ଚକିତ କରିଦେଇଛି । ନୈାବା ସ୍କୋଟିଆର ଏକ ରିଅଲ ଇଷ୍ଟେଷ୍ଟ କମ୍ପାନୀ ୧୯୭ବର୍ଷ ପୁରୁଣା ଏକ ବିଲ୍ଡିଂକୁ ଭାଙ୍ଗିବା ବଦଳରେ ପୁରା ବିଲ୍ଡିଂକୁ ଘୁଞ୍ଚାଇଦେଇଛି । ୭୦୦ଖଣ୍ଡ ସାବୁନ ବ୍ୟବହାର କରି ଶ୍ରମିକମାନେ ୨୦୦ଟନର ୩ମହଲା ବିଲ୍ଡିଂକୁ ଘୁଞ୍ଚାଇ ଦେଇଛନ୍ତି ।

କାନାଡାର ସ୍କୋଟିଆ ସହରରେ ଏହି ବିଲ୍ଡିଂ ୧୮୨୬ରେ ତିଆରି କରାଯାଇଥିଲା । ଯାହାକୁ ପରେ ଏଲମ୍ବୁଡ ହୋଟେଲ ଭାବେ ପରିବର୍ତ୍ତନ କରାଯାଇଥିଲା । ୨୦୧୮ରେ ଏହି ବିଲ୍ଡିଂକୁ ଭାଙ୍ଗିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା । ତେବେ ଏହାକୁ ଭଙ୍ଗା ହେବ କି ନାହିଁ ଏହି ଦ୍ୱନ୍ଦ ଭିତରେ ରିଅଲ ଇଷ୍ଟେଷ୍ଟ କମ୍ପାନୀ ଗ୍ୟାଲେକ୍ସି ପ୍ରପୋଟିଜ ଏହି ବିଲ୍ଡିଙ୍ଗର ମାଲିକାନାକୁ କିଣି ନେଇଥିଲା । ଏବଂ ପର ମୂହୁର୍ତ୍ତରେ ଏହାକୁ ନ ଭାଙ୍ଗି ୭୦୦ଖଣ୍ଡ ସାବୁନ ଦ୍ୱାରା ୩୦ଫୁଟ୍ ପର୍ଯ୍ୟନ୍ତ ଘୁଞ୍ଚାଇ ନେଇଥିଲା।

ଏହାକୁ ନେଇ କମ୍ପାନୀ ମାଲିକ ଶୋଲଡେନ ଶ୍ଟେନ କହିଛନ୍ତି, ଏହା ଏକ ଐତିହାସିକ ପଦକ୍ଷେପ । ନୂଆ ବିଲଡିଂ ତିଆରି ହେବା ପରେ ପୁରୁଣା ବିଲଡିଂକୁ ଅନ୍ୟ ସ୍ଥାନକୁ ଶିଫ୍ଟ କରାଯିବାର ଯୋଜନା ରହିଛି । ଏପରି ଟେକ୍ନୋଲଜି ଦ୍ୱାରା ଐତିହାସିକ କାରୁକାର୍ଯ୍ୟକୁ ସଂରକ୍ଷିତ ରଖିବା ସହ ପୁର୍ନସ୍ଥାପିତ ମଧ୍ୟ କରାଯାଇପାରିବ।