ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ IAS ରଞ୍ଜନ ଦାସ

ଭୁବନେଶ୍ୱର: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଭି.ଭି. ଯାଦବଙ୍କଠାରୁ ଦାୟିତ୍ବ ଗ୍ରହଣ କରିବେ ଆଇଏଏସ୍‌ ରଞ୍ଜନ ଦାସ । ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ସେ ପୂର୍ଣ୍ଣକାଳିନ ଦାୟିତ୍ବରେ ରହିବେ । ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ଥିଲେ ରଞ୍ଜନ । ସେହିଭଳି ରାଜ୍ୟ ସରକାର ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି । ୨୦୦୩ ବ୍ୟାଚର ଆଇଏଏସ୍‌ ଅଧିକାରୀ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ବ ମିଳିଛି। ଶ୍ରୀକାନ୍ତ ପୃଷ୍ଟି ଏବେ ହସ୍ତତନ୍ତ୍ର, ହସ୍ତଶିଳ୍ପ ଓ ବୟନଶିଳ୍ପ ବିଭାଗରେ କାର୍ଯ୍ୟରତ ଅଛନ୍ତି।