ଆଜିବି ଅସହ୍ୟ ତାତି ସହ ଗୁଳୁଗୁଳି, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: କେରଳକୁ ମୌସୁମୀ ଛୁଇଁଲାଣି ହେଲେ ଓଡ଼ିଶାକୁ କଲବଲ କରୁଛି ଖରା । ଆଜି ରାଜ୍ଯରେ ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହିଟ୍ ୱେବ୍ ସହ ଉଷ୍ମ ରାତି ଓ ଉପକୂଳରେ ହଟ୍ ଆଣ୍ଡ ହ୍ୟୁମିଡ ସ୍ଥିତି ଜାରି ରହିବ।
ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀରକୁ ହିଟ୍ ୱେବ୍ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବରଗଡ଼, ନୂଆପଡ଼ା, କଳାହାଣ୍ଡି ଓ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ମଧ୍ଯ ରହିଛି ।