ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା, ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଛେଚିବ

1 min read

ଭୁବନେଶ୍ବର: କାଲିଠୁ ପୁଣି ରାଜ୍ୟରେ ଛେଚିବ ବର୍ଷା । ଏଥିପାଇଁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ରହିଛି । କାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ପ୍ରଭାବରେ ୧୭ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ନେଇ ସତର୍କତା କରାଯାଇଛି । ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଆଲର୍ଟ ଜାରି କରାଯାଇଛି । ୧୭ତାରିଖରେ ପଶ୍ଚିମ ଓଡ଼ିଶାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।