ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

1 min read

ଭୁବନେଶ୍ବର: ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଚଳିତ ମୌସୁମୀ ସିଜିନର ଏହା ପ୍ରଥମ ଅବପାତ । ଘନୀଭୁତ ହେବା ପରେ ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେତେକ ସ୍ଥାନରେ ୭୦ରୁ ୨ଶହ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ ।

୨୭ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ ଓ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି। ଏହା ସହ ଆକସ୍ମିକ ବନ୍ୟା ଏବଂ ତଳିଆ ଅଞ୍ଚଳରେ କୃତ୍ରିମ ବନ୍ୟାର ସ୍ଥିତି ଉପୁଜିବ ।