ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା

ଭୁବନେଶ୍ୱର: ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଲାଗିରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ଜିଲ୍ଲା ୟେଲୋ ଆଲର୍ଟ ଜାରି ହୋଇଛି । ୧୧ତାରିଖରେ ୮ଜିଲ୍ଲାରେ ପ୍ରବଳ ବର୍ଷିବା ସମ୍ଭାବନା ରହିଚି । ୧୨ ତାରିଖରେ ୧୦ ଜିଲ୍ଲାରେ ବର୍ଷା ହେବ । ୧୩ ତାରିଖ ଯାଏ ଏଭଳି ପାଗ ଜାରି ରହିବ । 24ଘଣ୍ଟାରେ ସୁନ୍ଦରଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ନିଅଣ୍ଟିଆ ବର୍ଷା ହୋଇଛି । ୧ ଜୁନରୁ ଆଜି ଯାଏ ୨୨୦.୭ ମିମି ବର୍ଷା ରେକର୍ଡ କରାଯାଇଛି ।
ଯାହା ସ୍ୱାଭାବିକ ବର୍ଷା ୨୯୫ମିମି ତୁଳନାରେ ୨୫ ପ୍ରତିଶତ କମ ରହିଛି । ଏହି ପରିଧି ମଧ୍ୟରେ ଦେବଗଡ ଜିଲ୍ଲାରେ ସର୍ବାଧିକ ୪୩୭.୩ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୨୯୨.୫ ମିମି ତୁଳନାରେ ୫୦% ଅଧିକ ରହିଛି । ସେହିପରି କଳାହାଣ୍ଡି ଜିଲ୍ଲାରେ ୧୨୩.୫ ମିମି ସହ ସବୁଠାରୁ କମ୍ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫% କମ୍ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୫ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୬୨% କମ୍ ରହିଛି ।