ରାଜ୍ୟରେ ବଢ଼ିବ କାଳବୈଶାଖୀ ବର୍ଷା: ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ବଢିବ କାଳବୈଶାଖି ବର୍ଷା । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା ଜିଲ୍ଲାରେ କାଳବୈଶାଖି ଦେଖାଦେବ । ଏହା ସହିତ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ମଧ୍ୟ ଘଡଘଡି ବିଜୁଳି ସହିତ ବର୍ଷା ପବନ ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖି ବର୍ଷା ଜାରି ରହିଛି । ତେବେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏବେ ରାଜ୍ୟରେ ପ୍ରାକ୍ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆକଳନ କରାଯାଇଛି । ଆସନ୍ତା ୯ ତାରିଖରେ କାଳବୈଶାଖି ବର୍ଷା ପାଇଁ ୨୦ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏଥିସହିତ ପଢ଼ନ୍ତୁ: ସମୁଦ୍ର ଭିତରେ କ’ଣ ରହୁଛନ୍ତି ଏଲିୟନ୍ସ ? ଆମେରିକା ଗୁଇନ୍ଦା ରିପୋର୍ଟ ଲିକ୍ ପରେ ଚର୍ଚ୍ଚା

Leave a Reply