spot_img

Latest Posts

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତର ଓଡିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ଏହା ସହିତ ମୌସୁମୀ ଟ୍ରପଲାଇନ ଅତ୍ୟଧିକ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଜି ଉପକୂଳ ଓଡିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେଉଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡିକରେ ଫ୍ଳାସଫ୍ଳଡ ଆଶଙ୍କା ଥିବା ବେଳେ ଦୂଶ୍ୟମାନ ଦୂରତା କମିବ। ସହରିଆ ଅଞ୍ଚଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ପାହାଡିଆ ଅଞ୍ଚଳରେ ମାଟି ଧସିପାରେ। କଚ୍ଚା ରାସ୍ତା ଏବଂ କଚ୍ଚା ଘର ପ୍ରଭାବିତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର।

Latest Posts

Don't Miss