ଆଜି ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି, ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ଛେଚିବ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ଯରେ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେଉଛି । ବିଶେଷକରି ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶା ଅଧିକ ପ୍ରଭାବିତ ହେଉଛି ।

ଆଜି ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ,କେନ୍ଦୁଝର ମୟୁରଭଞ୍ଜ ,ଯାଜପୁର , କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ଯନ୍ତ ଲଘୁଚାପ ପ୍ରଭାବ ଜାରି ରହିବ ।

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଏଯାଏଁ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।