spot_img

Latest Posts

୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୨୦ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆହୁରି ଘନୀଭୁତ ହୋଇ ଲଘୁଚାପର ରୂପ ନେବାର ସମ୍ଭାବନା । ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାସହ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ଉତ୍ତର-ଉପକୂଳ ଓଡ଼ିଶାର ୨୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କାଲି ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ କାଳବୈଶାଖୀ ବର୍ଷା ନେଇ ରାଜ୍ୟର ଅନ୍ୟ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର ଏବଂ ବରଗଡକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ଅନୁଗୁଳ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, ସୋନପୁର, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ବାଭାବିକ ଠାରୁ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ବର, ମୟୁରଭଞ୍ଜ, ପୁରୀ ଏବଂ ବଲାଙ୍ଗିରରେ ସ୍ଥିତି ଉତ୍କଟ ରହିଛି । ୨୨ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ମଧ୍ଯ ନିଅଣ୍ଟିଆ ଭରଣ ହୋଇ ନ ପାରେ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି ।

Latest Posts

Don't Miss