ଦାନା ବାନ୍ଧୁଛି ଲଘୁଚାପ, ୨୪ରୁ ପ୍ରବଳ ବର୍ଷା

1 min read

ଭୁବନେଶ୍ବର: ବର୍ଷା ଭିଜାଇବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଅବପାତ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ପହଞ୍ଚିବା ପରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହେବାର ଯଥେଷ୍ଟ ଅଧିକ ସମ୍ଭାବନା ରହିଛି ।

ହେଲେ ଏହାର ଲ୍ୟାଣ୍ଡଫଲ ଅଞ୍ଚଳ ସ୍ପଷ୍ଟ ହୋଇନାହିଁ । ତେବେ ଏହା ପ୍ରଭାବରେ ରାଜ୍ୟରେ ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ସହ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ମେ ୨୩ ପୂର୍ବରୁ ଉପକୂଳକୁ ଫେରିବାକୁ ପରାମର୍ଶ ଦିଆଯାଇଛି ।