ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ପ୍ରବଳ ବର୍ଷା

1 min read

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ଯାହାର ପ୍ରଭାବରେ ଆସନ୍ତାକାଲି (ରବିବାର) ଠୁ 20 ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି  ।

କାଲିଠୁ ୧୯ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।  କାଲି ୭ଟି ଓ ୧୯ରେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ଓ୍ବାର୍ଣ୍ଣିଂ  । ୨୦ ତାରିଖରୁ ବର୍ଷାର ପ୍ରଭାବ ବଢିବା ସହିତ କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ  । ଏଥିପାଇଁ ୫ ଜିଲ୍ଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର  ।

ସେହିପରି ୧୬ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି  । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।