ପାହାଡ ଧସିବ ପାଣି ଜମିବ, ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

1 min read

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର l ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଜାରି ରହିଛି । ରାଜ୍ୟର ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜିଠାରୁ ବର୍ଷା ବିସ୍ତୃତି ଆହୁରି ବଢ଼ିବ । ଆଜି ପାଇଁ ୧୧ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଏହା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଓ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି । ଲଘୁଚାପ ଯୋଗୁ ୪୫ରୁ ୫୫ କିମି ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି ।