ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜିଠୁ ୪ ଦିନ ନିର୍ଦ୍ଧୁମ୍ ଛେଚିବ

1 min read

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ନିର୍ଦ୍ଧୁମ୍ ଛେଚିବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ଢେଙ୍କାନାଳକୁ ସତର୍କତା ଜାରି ହୋଇଛି । ଅଧିକାଂଶ ସ୍ଥାନରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ସହରାଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିପାରେ । ସେହିପରି ଆସନ୍ତାକାଲି ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଉପରେ ରହିଛି ।