spot_img

Latest Posts

୧୨ରେ ଭୟଙ୍କର ରୂପ ନେବ ବାତ୍ୟା ; କାଲିଠୁ ଭୀଷଣ ବର୍ଷା

ଭୁବନେଶ୍ୱର :  ବାଂଲାଦେଶ, ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା । ଓଡ଼ିଶା ସହ ଅନ୍ୟ ପୂର୍ବ ଉପକୂଳ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସତର୍କତା ଜାରି କରାଯାଇନି । ବର୍ଷା, ପବନ ନେଇ ମଧ୍ୟ ଓଡ଼ିଶା, ଆନ୍ଧ୍ରପ୍ରଦେଶ କିମ୍ବା ପଶ୍ଚିମବଙ୍ଗକୁ ଓ୍ବାର୍ଣ୍ଣିଂ ଦିଆଯାଇନି ।

୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆଜି ସକାଳେ ଲଘୁଚାପ କ୍ଷେତ୍ର ରୂପ ନେଇଛି। ଆସନ୍ତାକାଲି ଏହା ଅବପାତରେ ପରିଣତ ହୋଇପାରେ। ୧୦ତାରିଖରେ ଏହା ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ୧୨ତାରିଖ ସକାଳ ଯାଏଁ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୨ତାରିଖରେ ଏହା ରିକର୍ଭ କରି ଗତିପଥ ପରିବର୍ତ୍ତନ କରି ବାଂଲାଦେଶ, ମିଆଁମାର ଆଡକୁ ଯିବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି।

ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇପାରେ। ପ୍ରଭାବରେ ଆଜିଠୁ ଆଣ୍ଡାମାନ ନିକୋବରରେ ବର୍ଷା ଆରମ୍ଭ ହେବ। କାଲିଠୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୧୦ତାରିଖରେ ବର୍ଷା ପବନ ବଢିବ। ଏହାର ପ୍ରଭାବରେ ୧୨ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ସାଗରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Latest Posts

Don't Miss