ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ୯ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଆଜି ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ସେହିପରି ଯାଜପୁର ଜିଲ୍ଲାର ୪ଟି ବ୍ଲକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । କୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁରରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷା ଓ ବନ୍ୟା ସମ୍ଭାବନା ଥିବାରୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।