ଆଜିଠୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ଦିନିକିଆ ସିରିଜ୍‌, ଶ୍ରେୟସ ଆୟାର ବାଦ୍‌

1 min read

ହାଇଦ୍ରାବାଦ: ଆଜିଠୁ ଆରମ୍ଭ ହେଉଛି ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ଦିନିକିଆ ସିରିଜ୍‌ । ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଆଜି ହାଇଦ୍ରାବାଦରେ ଖେଳାଯିବ । ଦ୍ବିତୀୟ ଦିନିକିଆ ଜାନୁଆରୀ ୨୧ ରାୟପୁରରେ ଏବଂ ତୃତୀୟ ମ୍ୟାଚ୍‌ ଇନ୍ଦୋରରେ ଜାନୁଆରୀ ୨୪ରେ ଖେଳାଯିବ । ଏହାପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ବଡ଼ ଝଟକା ଲାଗିଛି ।

ଆହତ ଯୋଗୁ ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟାର ସିରିଜରୁ ବାହାରି ଯାଇଛନ୍ତି । ତାଙ୍କ ସ୍ଥାନରେ ରଜତ ପାଟିଦାରଙ୍କୁ ଦଳରେ ସାମିଲ କରାଯାଇଛି । ଶ୍ରେୟସଙ୍କ ପିଠିରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ସିରିଜରୁ ବାଦ୍‌ ଦିଆଯାଇଛି । ଚିକିତ୍ସା ପାଇଁ ତାଙ୍କୁ ବେଙ୍ଗାଲୁରୁସ୍ଥିତ ନ୍ୟାସନାଲ କ୍ରିକେଟ ଏକାଡେମୀ ପଠାଇ ଦିଆଯାଇଛି । ସେଠାରେ ତାଙ୍କର ଚିକିତ୍ସା ଚାଲିବ ।

ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ଟି ଦିନିକିଆ ଓ ୩ଟି ଟି-୨୦ ସିରିଜ ଖେଳିବ । ଶ୍ରୀଲଙ୍କା ବିପକ୍ଷରେ ବଡ଼ ବିଜୟ ପରେ ଏଥର ମଧ୍ୟ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି ।