ଭାରତ ନ୍ୟୁଜିଲାଣ୍ଡ ପ୍ରଥମ ଟି-୨୦; ଟସ୍ ଜିତି ବୋଲିଂ କରିବ ଟିମ୍ ଇଣ୍ଡିଆ

1 min read

ଜୟପୁର:  ଭାରତ- ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ଖେଳାଯାଉଛି ପ୍ରଥମ ଟି-୨୦ ମ୍ୟାଚ୍ । ଏହି ଟି-୨୦ ସିରିଜର ପ୍ରଥମ ମ୍ୟାଚ ଜୟପୁରରେ ଖେଳାଯାଉଛି । ଆଜି ମ୍ୟାଚରେ ଟସ୍ ଜିତି ବୋଲିଂ କରିବକୁ ନିଷ୍ପତି ନେଇଛି ଟିମ୍ ଇଣ୍ଡିଆ । ତେବେ ଆଜି ଭାରତୀୟ ଦଳରେ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର ଭେଙ୍କଟେଶ ଆୟାର । ଚଳିତ ଆଇପିଏଲରେ କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ଦମଦାର ପ୍ରଦର୍ଶନ କରିଥିଲେ ଆୟର । ଯାହା ଫଳରେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ଦଳରେ ସାମିଲ ହୋଇଥିଲେ ଏବଂ ପ୍ରଥମ ମ୍ୟାଚରେ ଭାରତ ପାଇଁ ମଧ୍ୟ ଡେବ୍ୟୁ କରିଛନ୍ତି ଭେଙ୍କଟେଶ ଆୟାର । ବହୁ ଦିନ ପରେ ଘରୋଇ ମାଟିରେ ମ୍ୟାଚ୍ ଖେଳିବାକୁ ଯାଉଛି ଟିମ୍ ଇଣ୍ଡିଆ । ଏଥି ପାଇଁ ସମସ୍ତ ଖେଳାଳି ବେଶ ଉତ୍ସାହିତ ଥିବା ସହ ବ୍ଲାକ କ୍ୟାପକୁ ଚକମା ଦେବା ପାଇଁ ଜୋରଦାର ଅଭ୍ୟାସ କରିଛନ୍ତି । ବିରାଟ କୋହଲୀଙ୍କ ଅବସର ପରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ମୈଦାନକୁ ଓହ୍ଲାଇଛି ଟିମ୍ ଇଣ୍ଡିଆ ।

ଭାରତୀୟ ଦଳ : ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ୍ ଆୟର, ଋଷଭ ପନ୍ତ (ଓ୍ବିକେଟ କିପର), ଭେଙ୍କଟେଶ ଆୟର୍, ଅକ୍ଷର ପଟେଲ, ରବିଚନ୍ଦ୍ରନ୍ ଅଶ୍ୱିନ୍, ଭୁବନେଶ୍ୱର କୁମାର, ଦୀପକ ଚହର ଏବଂ ମହମ୍ମଦ ସିରାଜ

ନ୍ୟୁଜିଲାଣ୍ଡ ଟିମ : ମାର୍ଟିନ ଗପ୍ଟିଲ, ଡାରିଲ ମିଚେଲ, ମାର୍କ ଚାପମାନ, ଗ୍ଲେନ ଫିଲିପ୍ସ, ଟିମ ସେଫର୍ଟ (ଓ୍ବିକେଟ କିପର), ରଚିନ ରବିନ୍ଦ୍ର, ମିଚେଲ ସାଣ୍ଟନର୍, ଟିମ୍ ସାଉଦୀ (ଅଧିନାୟକ), ଟଡ୍‌ ଆଷ୍ଟଲେ, ଲୋକି ଫର୍ଗୁସନ୍, ଟ୍ରେଣ୍ଟ ବୋଲ୍ଟ

Leave a Reply