ଦେଶରେ ତଳମୁହାଁ କରୋନା ଗ୍ରାଫ୍, ୭୪ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଦେଶରେ ତଳମୁହାଁ କରୋନା ଗ୍ରାଫ୍ । ଦିନକରେ ୬୨ହଜାର ୨୧୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୩୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ୭୪ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲକ୍ଷେ ୧୨ହଜାର କେରାନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଦେଶରେ କରୋନାର ଆକ୍ଟିଭ କେସ୍ ୭ଲକ୍ଷ ୯୫ହଜାର ୮୭ ଥିବା ବେଳେ ସୁସ୍ଥ ହେଲେଣି ୬୫ଲକ୍ଷ ୨୪ହଜାର ୫୯୬ଜଣ । ମହାରାଷ୍ଟ୍ରରେ ସର୍ବାଧିକ କରୋନ ସଂକ୍ରମିତ ୧୫ଲକ୍ଷ ୭୬ହଜାର ୬୨ରେ ପହଞ୍ଚିଥିବା ବେଳେ ୪୧ହଜାର ୫୦୨ଜଣଙ୍କ ମୃତ୍ୟୁ ହେଲାଣି । ଆନ୍ଧ୍ରପ୍ରଦେଶ ଓ କର୍ଣ୍ଣାଟକରେ ୭ଲକ୍ଷରୁ ଅଧିକ ଲେଖାଏଁ କରୋନା ଆକ୍ରାନ୍ତ ଥିବା ବେଳେ ମୃତ୍ୟୁସଂଖ୍ୟା ଯଥାକ୍ରମେ ୬ହଜାର ୩୮୨ଓ ୧୦ହଜାର ୩୫୬ଜଣଙ୍କ ମୃତ୍ୟୁ ହେଲାଣି । ତାମିଲନାଡୁରେ ୬ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଥିବା ବେଳେ ମୃତ୍ୟୁସଂଖ୍ୟା ୧୦ହଜାର ଟପିଲାଣି ।
ଆଇସିଏମଆର ଅନୁଯାୟୀ, ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ମୋଟ ୯୩୨ କରୋନା ଭୂତାଣୁ ସାମ୍ପୁଲ ପରୀକ୍ଷା କରାଯାଇଛି, ସେଥିମଧ୍ୟରୁ ଗତକାଲି ୧୦ ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ମହାରାଷ୍ଟ୍ରରେ ଦେଶରେ ସବୁଠାରୁ ସକ୍ରିୟ ମାମଲା ରହିଛି । ମହାରାଷ୍ଟ୍ର ପରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଏବଂ ଉତ୍ତରପ୍ରଦେଶରେ ସର୍ବାଧିକ ସକ୍ରିୟ ମାମଲା ରହିଛି । ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି। କରୋନା ସଂକ୍ରମଣ ସଂଖ୍ୟା ଅନୁସାରେ ଭାରତ ବିଶ୍ୱର ଦ୍ୱିତୀୟ ସର୍ବାଧିକ ପ୍ରଭାବିତ ଦେଶ । ତେବେ ଆଶ୍ୱସ୍ତିର ବିଷୟ ଏହା ଯେ ମୃତ୍ୟୁହାରରେ କ୍ରମାଗତ ହ୍ରାସ ଦେଖିବାକୁ ମିଳିଛି । ଏବଂ ସକ୍ରିୟ ମାମଲା ହାର କମୁଛି । ଭାରତରେ ସୁସ୍ଥତା ହାର କ୍ରମାଗତ ଭାବେ ବୃଦ୍ଧି ପାଉଛି |