spot_img

Latest Posts

ଦେଶରେ ୬୦ ହଜାରକୁ ଖସିଲା କରୋନା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୬୦ ହଜାରକୁ ଖସିଲା କରୋନା ଦୈନିକ ସଂକ୍ରମଣ । ଗତକାଲି ତୁଳନାରେ ଆଜି କମ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧ ହଜାର ୬୪୭ ଜଣଙ୍କ ଜୀବନ ଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୬୦ହଜାର ୭୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ଏହା ୬୨ହଜାର  ୪୮୦ ଥିଲା । ଅର୍ଥାତ୍‌ ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣ ହ୍ରାସ ପାଇଛି ।

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୮ଲକ୍ଷ ୨୩ହଜାର ୫୪୬କୁ ବୃଦ୍ଧି ପାଇଛି  । ତେବେ ଦିନକରେ କରନାରୁ ୯୭ହଜାର ୭୪୩ ଜଣ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ଏଯାଏ ମୋଟ ୨କୋଟି ୮୬ଲକ୍ଷ ୭୮ହଜାର ୩୯୦ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ଆକ୍ଟିଭ କେସ୍‌ ୭ଲକ୍ଷ ୬୦ହଜାର ୧୯ ରହିଛି । ତେବେ ଦେଶରେ ଆଜି ଯାଏ  ୨୭କୋଟି  ୨୩ଲକ୍ଷ  88ହଜାର ୭୮୩ଜଣ କରୋନା ଟିକା ନେଇସାରିଲେଣି  ।

ଦେଶରେ କରୋନାରୁ ମୃତ୍ୟୁ ହାର ୧.୨୯ ପ୍ରତିଶତ ହୋଇଥିବାବେଳେ ସୁସ୍ଥତା ହାର ପ୍ରାୟ ୯୬ ପ୍ରତିଶତ ରହିଛି। ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଛି। କରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି। ସଂକ୍ରମିତ ମୋଟ ସଂଖ୍ୟା ଅନୁଯାୟୀ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି। ଆମେରିକା ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ।

Latest Posts

Don't Miss