ଦେଶରେ କରୋନା ଗ୍ରାଫ୍ ଉପର ମୁହାଁ, ସଂକ୍ରମଣରେ ଟପ୍ ୫ରେ ରହିଛି ଏହି ସବୁ ରାଜ୍ୟ…

India Coronavirus Update Cases And Death On 13 July-2020

ନୂଆଦିଲ୍ଲୀ: କରୋନା ଭାଇରସ୍ ପ୍ରଭାବ ଧିରେ ଧିରେ ବଢିବାରେ ଲାଗିଛି । ନିଜର ଭୟଙ୍କର ରୂପ ଦେଖାଇ ଦେଶକୁ ଗ୍ରାସ କରିବାରେ ଲାଗିଛି କରୋନା ମହାମାରୀ । ଆଜି ବିଶ୍ୱରେ ସର୍ବାଧିକ ସଂଖ୍ୟକ ମାମଲା ଆମେରିକା ପରେ ଭାରତରୁ ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୯ ହଜାର ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ନଅ ଲକ୍ଷରେ ପାଖରେ ପହଞ୍ଚିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୮ ଲକ୍ଷ ୭୮ ହଜାର ୨୫୪ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି । ସେଥିମଧ୍ୟରୁ ୨୩,୧୭୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଲକ୍ଷ ୫୩ ହଜାର କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ, ୨୮ ହଜାର ୭୦୧ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେହିଭଳି ୫୦୦ଜଣଙ୍କ ମୃତ୍ୟୁ ହୋଇଛି ।

କରୋନା ସଂକ୍ରମଣ ସଂଖ୍ୟା ଅନୁଯାୟୀ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ହୋଇଛି । ବ୍ରାଜିଲ ପରେ କରୋନା ମହାମାରୀ ଦ୍ୱାରା ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି । କିନ୍ତୁ ଯଦି ଆମେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ ସ୍ଥିତିରେ ରହିଛି । ଭାରତ ତୁଳନାରେ ଅଧିକ ମାମଲା ଆମେରିକାରେ ରହିଛି  । ଆମେରିକାରେ ୩,୪୧୩,୯୩୬ଜଣ କୋରନା ଆକ୍ରାନ୍ତ ହୋଇଥିବା ବେଳେ ବ୍ରାଜିଲରେ ୧,୮୬୬,୧୭୬ଜଣ ଚିହ୍ନଟ ହୋଇଛନ୍ତି ।

ସକ୍ରିୟ ମାମଲାରେ ଶ୍ରେଷ୍ଠ ୫ଟି ରାଜ୍ୟ

ସୂଚନା ଅନୁସାରେ, ଏହି ସମୟରେ ଦେଶରେ ୩ ଲକ୍ଷ କରୋନା ଆକ୍ରାନ୍ତ ସକ୍ରିୟ ରହିଥନ୍ତି । ଏମଧ୍ୟରୁ ସବୁଠାରୁ ଅଧିକ ସକ୍ରିୟ ମାମଲା ମହାରାଷ୍ଟ୍ରରେ ଚିହ୍ନଟ ହୋଇଛି । ମହାରାଷ୍ଟ୍ରରେ ୧ ଲକ୍ଷ ୩ହଜାରରୁ ଅଧିକ ସଂକ୍ରମିତ ଲୋକଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଏହା ପରେ ତାମିଲନାଡୁ ଦ୍ୱିତୀୟ ସ୍ଥାନରେ ରହିଛି । ସେହିଭଳି ଦିଲ୍ଲୀ ତୃତୀୟ ସ୍ଥାନରେ, ଗୁଜୁରାଟ ଚତୁର୍ଥ ନମ୍ବରରେ ଏବଂ ପଶ୍ଚିମବଙ୍ଗରେ ପଞ୍ଚମ ସ୍ଥାନରେ ରହିଛି । ଏହି ପାଞ୍ଚଟି ରାଜ୍ୟରେ ସର୍ବାଧିକ ସକ୍ରିୟ ମାମଲା ରହିଛି। ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି। ଅର୍ଥାତ୍ ଭାରତ ହେଉଛି ଚତୁର୍ଥ ଦେଶ ଯେଉଁଠାରେ ଅଧିକାଂଶ ସଂକ୍ରମିତ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Leave a Reply